ସମ୍ବଲପୁର ଶୀତଳଷଷ୍ଠୀ; ଆଜି ଥାଳ ଉଠା ସହ କରାଯିବ କନ୍ୟା ମାତା ପିତା ଚୟନ

0
19
ସମ୍ବଲପୁର

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସମ୍ବଲପୁର, (୧୦/୦୫) : ସମ୍ବଲପୁର ଶୀତଳ ଷଷ୍ଠୀ ଯାତ୍ରାର ଆଜି ଆଦ୍ୟ ପର୍ବ। ଶିବ ବିବାହ ପାଇଁ ଆଜି ଥାଳ ଉଠା ସହ କନ୍ୟା ମାତା ପିତା ଚୟନ କରାଯିବ ।

ଆଜି ଅପରାହ୍ନରେ ବିଭିନ୍ନ ଶିବାଳୟରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ମନ୍ଦିରରୁ ଥାଳ ଉଠିବ ଏବଂ ଶୀତଳଷଷ୍ଠୀ ଯାତ୍ରା ପାଇଁ ଦାନ ଓ ଅନୁଦାନ ସଂଗ୍ରହ କରାଯିବ । ବିଭିନ୍ନ ମନ୍ଦିରର ଶୀତଳଷଷ୍ଠୀ ଯାତ୍ରା କମିଟି ଯାତ୍ରା ପାଇଁ ଦାନ ସଂଗ୍ରହ କାମ ଆରମ୍ଭ କରିବେ । ଏଥିସହିତ ଚୟନ ହୋଇଥିବା ନୂଆ କନ୍ୟା ପିତା ମାତା ମଧ୍ୟ ଦେବୀ ପାର୍ବତୀଙ୍କ ବିବାହ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ପ୍ରତିବର୍ଷ ଅକ୍ଷୟ ତୃତୀୟା ଦିନ ଶୀତଳଷଷ୍ଠୀ ପାଇଁ ଥାଳ ଉଠାର ପରମ୍ପରା ରହି ଆସିଛି।ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପୌରାଣିକ କଥାବସ୍ତୁ ଉପରେ ପର୍ଯ୍ୟବସିତ । ଜ୍ୟୈଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ମା’ ପାର୍ବତୀ ଓ ଶିବ ଶଙ୍କରଙ୍କର ବିବାହ ଉତ୍ସବ ଏବଂ ତା’ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ ।

Leave a Reply