ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

0
139

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୨୯/୦୯) : ବାତ୍ୟା ‘ଗୁଲାବ’ ଯିବା ପରେ ବଙ୍ଗୋପସାଗରରେ ଏହିତ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅନ୍ୟ ଏକ ଘୂର୍ଣ୍ଣିବଳୟ l

ବଙ୍ଗୋପସାଗରରେ ସୃଷ୍ଟି ଏହି ଘୂର୍ଣ୍ଣିବଳୟ ପ୍ରଭାବ ରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨୪ ଘଣ୍ଟା ରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ କ୍ଷେତ୍ର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ଠାରୁ ଉତ୍ତର ଓଡ଼ିଶା ର କିଛି ଜିଲ୍ଲା ରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ କ୍ଷେତ୍ର ପ୍ରଭାବ ରେ ୩୦ ତାରିଖ ଯାଏଁ ବର୍ଷା ହେବ । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।