ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

0
208

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୩୦/୦୯) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟାରେ ୬୦୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୯୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା | ମୃତକଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୬ ହଜାର ୪୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୬୪୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୧୨ ହଜାର ୫୮୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧,୯୯,୬୮,୭୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।