Monday, September 9, 2024

ପୋଖରୀରେ ବୁଡ଼ିଗଲେ ୩ ଶିଶୁ

Date:

Share post:

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୩୦/୦୭) : ପୋଖରୀରେ ବୁଡ଼ି ୩ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି । ଏପରି ଦୁଃଖଦ ଘଟଣା ଘଟିଛି ହାଟଡିହି ବ୍ଲକ ଅନ୍ତର୍ଗତ ଆତ୍ରୁକଣା ଅଙ୍ଗନବାଡ଼ି ନିକଟରେ ।

ମୃତକ ହେଲେ ପାୟେଲ ପାତ୍ର (୩)ବର୍ଷ, ଭାରତୀ ପତ୍ର (୪)ବର୍ଷ, ଲିପ୍ସା ପାତ୍ର (୩) ବର୍ଷ । ଆଜି ସକାଳେ ୩ ଜଣ ଶିଶୁ ଆତ୍ରୁକଣାରେ ଥିବା ଅଙ୍ଗନବାଡ଼ିକୁ ପାଠ ପଢ଼ିବା ପାଇଁ ଆସିଥିଲେ । ପାଠ ପଢ଼ା ସରିବାପରେ ପିଲାମାନେ ଅଙ୍ଗନବାଡ଼ି କେନ୍ଦ୍ର ବାହାରେ ଖେଳୁଥିଲେ । ଖେଳୁ ଖେଳୁ ପିଲାମାନେଅଙ୍ଗନବାଡ଼ି କେନ୍ଦ୍ର ନିକଟରେ ଥିବା ପୋଖରୀ ନିକଟକୁ ଚାଲିଯାଇଥିଲେ । ଏହି ସମୟରେ ୩ ଜଣ ଶିଶୁ ବୁଡ଼ି ଯାଇଥିବା ଜଣାଯାଇଛି । ସ୍ଥାନୀୟ ଲୋକେ ୩ ପିଲାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଗରପଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ । ୩ଜଣଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

spot_img

Related articles

ସବୁ ସହଜ ଜନସେବା କେନ୍ଦ୍ରରେ ହୋଇ ପାରିବ ‘ସୁଭଦ୍ରା’ ଯୋଜନାର ଅନଲାଇନ ଆବେଦନ : ବ୍ୟସ୍ତ ବିବ୍ରତ ନହେବାକୁ ବ୍ଲକ ପ୍ରଶାସନର ନିବେଦନ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ରାଜ୍ୟ ସରକାର ଆରମ୍ଭ କରିଥିବା' ସୁଭଦ୍ରା' ଯୋଜନାକୁ ତ୍ବରାନ୍ବିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲା...

ସୁଭଦ୍ରା ଯୋଜନାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ, ସାମିଲ ହେବା ଏକ ନିରନ୍ତର ପ୍ରକ୍ରିୟା, ଆବେଦନ ସମୟ ସୀମାର କୌଣସି ଅବଧି ନାହିଁ : ସୁବର୍ଣ୍ଣପୁର ଜିଲ୍ଲପାଳ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ମହିଳାଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ 'ସୁଭଦ୍ରା’ ଯୋଜନା ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ...

ପୁରୁଷୋତ୍ତମପୁର ବସଷ୍ଟାଣ୍ଡ ଠାରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତି ଦ୍ୱାରା ଏକ ଡିଲର ଦୋକାନର ଉଦଘାଟନ ଅନୁଷ୍ଠିତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୁଷୋତ୍ତମପୁର, (୦୬/୦୯) : ପୁରୁଷୋତ୍ତମପୁର ଏନଏସି ସ୍ଥିତ ବସଷ୍ଟାଣ୍ଡ ନିକଟରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ...

ଆଜି ଗୁରୁ ଦିବସ, ଗୁରୁ ହେଉଛନ୍ତି ଜୀବନର ପ୍ରଥମ ପଥ ପ୍ରଦର୍ଶକ

ରିପୋର୍ଟ : ଜଗଦୀଶ ଦାଶ ରାଇକିଆ, (୦୬/୦୯) : ଆଜି ପବିତ୍ର ଗୁରୁ ଦିବସ । କୁହାଯାଏ, ଗୁରୁ ବିନା ଜୀବନ ଅନ୍ଧକାର ବୋଲି...