Monday, September 9, 2024

ରାତି ଅଧରେ କୁଡ଼ିଆରେ ପଶିଲେ ଦୁର୍ବୃତ୍ତ, ଦମ୍ପତିଙ୍କ ବେକ କାଟିଦେଲେ

Date:

Share post:

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଜପତି, (୦୭/୦୮) : ଗଜପତି ଜିଲ୍ଲା ଆର୍ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ’ରେ ଘଟିଛି ଅଭାବନୀୟ ଘଟଣା । ରାତିର ଅନ୍ଧକାରରେ ପାହାଡ଼ ଉପରେ ଥିବା କୁଡ଼ିଆରେ ପଶିଲେ ଦୁର୍ବୃତ୍ତ ।

ଆଉ ସେଠାରେ ଶୋଇଥିବା ଦମ୍ପତିଙ୍କ ବେକ କାଟି ସେମାନଙ୍କୁ ନିର୍ମମ ଭାବେ ହତ୍ୟା କଲେ । ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତକଦ୍ୱୟ ହେଲେ ଟୁଁଗୁରୁ ଗାଁ’ର ଚୈତନ୍ୟ ମଣ୍ଡଳ ଓ ଇଜମାୟୀ ମଣ୍ଡଳ । ସେମାନେ ଗାଁ’ଠୁ ପ୍ରାୟ ୧ କିମି ଦୂର ପାହାଡ଼ ଉପରେ ରହିଥାନ୍ତି । ସେଠାରେ ଚୈତନ୍ୟ ଚେରମୂଳି ପ୍ରସ୍ତତି କରି ଲୋକଙ୍କ ଚିକିତ୍ସା କରିଥାନ୍ତି । ମାତ୍ର ଚୈତନ୍ୟ ଗୁଣିଗାରେଡ଼ି କରିଥିବା ନେଇ ଗାଁ ଲୋକେ ବହୁ ଦିନ ହେବ ସନ୍ଦେହ କରୁଥିଲେ । ତେଣୁ ଏହି କାରଣରୁ ଉଭୟଙ୍କ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଥାଇପାରେ ବୋଲି ଜଣାଯାଇଛି । ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଦୁଇଟିକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି। କିଏ ଓ କାହିଁକି ଏପରି ବୀଭତ୍ସ ହତ୍ୟାକାଣ୍ଡ ଘଟାଇଲା ତାହା ତଦନ୍ତ ଆରମ୍ଭ କରିଛି ପୁଲିସ୍‌ ।

 

spot_img

Related articles

ସବୁ ସହଜ ଜନସେବା କେନ୍ଦ୍ରରେ ହୋଇ ପାରିବ ‘ସୁଭଦ୍ରା’ ଯୋଜନାର ଅନଲାଇନ ଆବେଦନ : ବ୍ୟସ୍ତ ବିବ୍ରତ ନହେବାକୁ ବ୍ଲକ ପ୍ରଶାସନର ନିବେଦନ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ରାଜ୍ୟ ସରକାର ଆରମ୍ଭ କରିଥିବା' ସୁଭଦ୍ରା' ଯୋଜନାକୁ ତ୍ବରାନ୍ବିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲା...

ସୁଭଦ୍ରା ଯୋଜନାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ, ସାମିଲ ହେବା ଏକ ନିରନ୍ତର ପ୍ରକ୍ରିୟା, ଆବେଦନ ସମୟ ସୀମାର କୌଣସି ଅବଧି ନାହିଁ : ସୁବର୍ଣ୍ଣପୁର ଜିଲ୍ଲପାଳ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ମହିଳାଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ 'ସୁଭଦ୍ରା’ ଯୋଜନା ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ...

ପୁରୁଷୋତ୍ତମପୁର ବସଷ୍ଟାଣ୍ଡ ଠାରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତି ଦ୍ୱାରା ଏକ ଡିଲର ଦୋକାନର ଉଦଘାଟନ ଅନୁଷ୍ଠିତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୁଷୋତ୍ତମପୁର, (୦୬/୦୯) : ପୁରୁଷୋତ୍ତମପୁର ଏନଏସି ସ୍ଥିତ ବସଷ୍ଟାଣ୍ଡ ନିକଟରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ...

ଆଜି ଗୁରୁ ଦିବସ, ଗୁରୁ ହେଉଛନ୍ତି ଜୀବନର ପ୍ରଥମ ପଥ ପ୍ରଦର୍ଶକ

ରିପୋର୍ଟ : ଜଗଦୀଶ ଦାଶ ରାଇକିଆ, (୦୬/୦୯) : ଆଜି ପବିତ୍ର ଗୁରୁ ଦିବସ । କୁହାଯାଏ, ଗୁରୁ ବିନା ଜୀବନ ଅନ୍ଧକାର ବୋଲି...