Monday, September 9, 2024

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ

Date:

Share post:

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆପଡ଼ା, (୦୮/୦୮) : ଜଣେ ବ୍ୟକ୍ତିଙ୍କର ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ତାଙ୍କର ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଘଟଣାଟି ଘଟିଛି ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା ଜାମଗାଁ’ରେ ।

ମୃତ ମହିଳାଙ୍କ ନାଁ ବାରୁଣୀ ଜଗତ । ଜାମଗାଁର ହେରମ୍ୱ ଜଗତ ଦୁଇ ଜଣଙ୍କୁ ବିବାହ କରିଥିଲେ। ତାଙ୍କ ପ୍ରଥମ ସ୍ତ୍ରୀଙ୍କ ନାଁ ବାରୁଣୀ ଜଗତ ଓ ଦ୍ୱିତୀୟ ସ୍ତ୍ରୀଙ୍କ ନାଁ ମାଧୁରୀ ଜଗତ। ବାରୁଣୀ ଓ ମାଧୁରୀଙ୍କ ମଧ୍ୟରେ ପ୍ରାୟତଃ କଳିଝଗଡ଼ା ଲାଗି ରହୁଥିଲା । ଗତ ୫ ତାରିଖ ଦିନ କୌଣସି କଥାକୁ ନେଇ ବାରୁଣୀ ଓ ମାଧୁରୀଙ୍କ ମଧ୍ୟରେ ଝଗଡ଼ା ଉଗ୍ରରୂପ ନେଇଥିଲା । ଏହି ସମୟରେ ମାଧୁରୀ ଏକ ଷ୍ଟିଲ୍ ବାଲ୍‌ଟିରେ ବାରୁଣୀଙ୍କ ମୁଣ୍ଡକୁ ପିଟି ଦେଇଥିଲେ । ଫଳରେ ତାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା । ଗୁରୁତର ବାରୁଣୀଙ୍କୁ ତାଙ୍କ ସ୍ୱାମୀ ହେରମ୍ବ ସ୍ଥାନୀୟ ଡାକ୍ତରଖାନାକୁ ନେଇଯାଇଥିଲେ ।

ସେଠାରେ ଚିକିତ୍ସିତ ହୋଇ ସେହିଦିନ ବାରୁଣୀ ଘରକୁ ଫେରି ଆସିଥିଲେ । ତେବେ ଗତକାଲି ସନ୍ଧ୍ୟାରେ ଘରେ ତାଙ୍କର ମୃତ୍ୟୁ ଘଟିଥିଲା । ବାରୁଣୀଙ୍କ ମୃତ୍ୟୁ ପରେ ତାଙ୍କ ବାପ ଘର ଲୋକେ ବୋଡ଼େନ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ସେମାନଙ୍କ ଅଭିଯୋଗ ଆଧାରରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ବାରୁଣୀଙ୍କ ସ୍ୱାମୀ ହେରମ୍ୱ ଓ ମାଧୁରୀ ଦେଇଙ୍କୁ ଥାନାକୁ ନେଇ ଅଟକ ରଖି ପଚରାଉଚରା କରୁଛି ।

spot_img

Related articles

ସବୁ ସହଜ ଜନସେବା କେନ୍ଦ୍ରରେ ହୋଇ ପାରିବ ‘ସୁଭଦ୍ରା’ ଯୋଜନାର ଅନଲାଇନ ଆବେଦନ : ବ୍ୟସ୍ତ ବିବ୍ରତ ନହେବାକୁ ବ୍ଲକ ପ୍ରଶାସନର ନିବେଦନ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ରାଜ୍ୟ ସରକାର ଆରମ୍ଭ କରିଥିବା' ସୁଭଦ୍ରା' ଯୋଜନାକୁ ତ୍ବରାନ୍ବିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲା...

ସୁଭଦ୍ରା ଯୋଜନାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ, ସାମିଲ ହେବା ଏକ ନିରନ୍ତର ପ୍ରକ୍ରିୟା, ଆବେଦନ ସମୟ ସୀମାର କୌଣସି ଅବଧି ନାହିଁ : ସୁବର୍ଣ୍ଣପୁର ଜିଲ୍ଲପାଳ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ମହିଳାଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ 'ସୁଭଦ୍ରା’ ଯୋଜନା ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ...

ପୁରୁଷୋତ୍ତମପୁର ବସଷ୍ଟାଣ୍ଡ ଠାରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତି ଦ୍ୱାରା ଏକ ଡିଲର ଦୋକାନର ଉଦଘାଟନ ଅନୁଷ୍ଠିତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୁଷୋତ୍ତମପୁର, (୦୬/୦୯) : ପୁରୁଷୋତ୍ତମପୁର ଏନଏସି ସ୍ଥିତ ବସଷ୍ଟାଣ୍ଡ ନିକଟରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ...

ଆଜି ଗୁରୁ ଦିବସ, ଗୁରୁ ହେଉଛନ୍ତି ଜୀବନର ପ୍ରଥମ ପଥ ପ୍ରଦର୍ଶକ

ରିପୋର୍ଟ : ଜଗଦୀଶ ଦାଶ ରାଇକିଆ, (୦୬/୦୯) : ଆଜି ପବିତ୍ର ଗୁରୁ ଦିବସ । କୁହାଯାଏ, ଗୁରୁ ବିନା ଜୀବନ ଅନ୍ଧକାର ବୋଲି...