ଗାନ୍ଧୀ ଜୟନ୍ତୀ ପାଳନ କରୁଛି ସାରା ଦେଶ : ବିଶ୍ୱକୁ ସତ୍ୟ ଏବଂ ଅହିଂସା ମାର୍ଗ ଦେଖାଇଛନ୍ତି ଜାତିର ପିତା

0
157

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୧୦) : ଆଜି ଅକ୍ଟୋବର ୨ ତାରିଖ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ । ଗାନ୍ଧୀ ଜୟନ୍ତୀ ପାଳନ କରୁଛି ସାରା ଦେଶ | ବାପୁ ନାମରେ ଜଣାଶୁଣା ଗାନ୍ଧୀ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ । ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା ମାର୍ଗକୁ ଆପଣାଇଥିଲେ ।

ସେ ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ । ସେ ଧାରଣା ଏବଂ ସତ୍ୟର ମାର୍ଗରେ ସର୍ବଦା ଯିବାକୁ କୁଣ୍ଠାବୋଧ କରିନଥିଲେ । ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ୱରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ । ତାଙ୍କର ସେହି ବିଚାରକୁ ନେଇ ଅକ୍ଟୋବର ୨ ତାରିଖ ଦିନଟିକୁ ସାରା ବିଶ୍ୱରେ ଅନ୍ତରାଷ୍ଟ୍ରୀୟ ଅହିଂସା ଦିବସ ଭାବରେ ପାଳନ କରାଯାଏ । ଏହିଦିନ ଭାରତର ସ୍ଵାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଭଳି ଗାନ୍ଧୀ ଜୟନ୍ତୀ କୁ ଜାତୀୟ ଦିବସ ଭାବରେ ପାଳନ କରାଯାଏ ।

ଗାନ୍ଧୀ ଜୟନ୍ତୀରେ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକ ରେ ବିଭିନ୍ନ ପ୍ରତିଯୋଗିତା ହୋଇଥାଏ । ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ତାଙ୍କୁ ସାରା ବିଶ୍ୱରେ ଗୋଟିଏ ସ୍ଵତନ୍ତ୍ର ସ୍ଥାନ ଦେଇ ପାରିଛି । ତାଙ୍କର ନିଜ ଜନ୍ମ ଭୂମି ପ୍ରତି ନିଷ୍ଠା, କାର୍ଯ୍ୟ ଓ ଉଦାର ମନୋଭାବକୁ ଦେଖି ସମସ୍ତେ ତାଙ୍କୁ ବାପୁ ନାମରେ ଡାକୁ ଥିଲେ । ଭାରତ ଯେତେବେଳେ ଇଂରେଜ ସରକାର ଅଧିନରେ ଥିଲା ସେତେବେଳେ ଗୋଟିଏ ଆଗ ଧାଡ଼ିର ଯୋଦ୍ଧା ଭଳି ଇଂରେଜ ସରକାର ବିରୁଦ୍ଧରେ ଲଢିଥିଲେ । ଚଳିତ ବର୍ଷ ଅକ୍ଟୋବର ୨ ତାରିଖ ଦିନଟି ଭାରତରେ ୧୫୨ ତମ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ ।