Monday, September 9, 2024

ଜମିବାଡ଼ି ବିବାଦରୁ ହେଲା ରକ୍ତାକ୍ତ ସଂଘର୍ଷ, ଗୋଟିଏ ପରିବାରର ୫ ଗୁରୁତର

Date:

Share post:

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୧୧/୦୮) : ଜମିବାଡ଼ି ବିବାଦ ନେଲା ରକ୍ତାକ୍ତ ସଂଘର୍ଷର ରୂପ । ଦୀର୍ଘ ଦିନ ଧରି ଅସନ୍ତୋଷ କୁହୁଳୁଥିବା ବେଳେ ଚାଲିଥିଲା ଛକାପଞ୍ଝା । ଶେଷରେ ଏହି ବିବାଦ ନେଲା ଆକ୍ରମଣର ରୂପ ।

ଗୋଟିଏ ପକ୍ଷର ଆକ୍ରମଣରେ ଅପରପକ୍ଷର ୫ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଦୁଇ ମହିଳା ଥିବା ଜଣାଯାଇଛି । ଏପରି ଏକ ଘଟଣା ଆଜି ସକାଳେ ବାଲେଶ୍ୱର ଜିଲ୍ଲା ସୋର ଥାନା ବେଲପୁର ଗାଁ’ରେ ଘଟିଛି । ଗୁରୁତର ୫ ଜଣ ହେଲେ ସାଇଦା ବିବି, ସେକ ଗୁଲାଲ, ସେକ ରାଜେଶ, ସେକ ନିହାମଦ ଓ ରେଜିଆ ଖାତୁନ । ଏହି ଘଟଣାରେ ପୁଲିସ୍‌ ୪ ଜଣଙ୍କୁ ଗିରଫ କରିଥିବା ବେଳେ ୫ ଜଣ ଫେରାର ହୋଇ ଯାଇଛନ୍ତି । ବେଲପୁର ଗାଁର ସେକ ଗୁଲାଲ ଓ ସେକ ଭେକୋଦ୍ଦିନଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନ ହେଲା ଜମିବାଡ଼ି ବିବାଦ ଲାଗି ରହିଥିଲା। ଏହାକୁ ନେଇ ଉଭୟ ପକ୍ଷ ବହୁ ଥର ମୁହାଁମୁହିଁ ବି ହୋଇଥିଲେ। ମାତ୍ର ଆଜି ସକାଳେ ଘଟଣା ବିସ୍ଫୋରଣର ରୂପ ନେଲା।

ସେକ ଗୁଲାଲଙ୍କ ପରିବାର ଉପରେ ସେକ ଭେକୋଦ୍ଦିନଙ୍କ ପରିବାର ସଦସ୍ୟ ଅତର୍କିତ ଭାବେ ଠେଙ୍ଗା ବାଡ଼ିରେ ଆକ୍ରମଣ କଲେ । ଏଥିରେ ୨ ମହିଳାଙ୍କ ସମେତ ୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ସୋର ମେଡିକାଲରେ ଭତ୍ତିଆ କରାଯାଇଥିଲା । ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ଜୀବନମରଣ ସହ ସଂଘର୍ଷ କରୁଥିବା ଜଣାଯାଇଛି । ସୂଚନା ପାଇ ପୁଲିସ୍‌ ବେଲପୁର ଗାଁ’ରେ ପହଞ୍ଚି ତଦନ୍ତ ଆରମ୍ଭ କରି ୪ ଜଣଙ୍କ ବାନ୍ଧିଛି । ତେବେ ଏଥିରେ ସମ୍ପୃକ୍ତ ଥିବା ଆହୁରି ୫ ଜଣ ଫେରାର ହୋଇ ଯାଇଛନ୍ତି । ସେମାନଙ୍କୁ ଖୋଜି ବାହାର କରିବାକୁ ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି ।

spot_img

Related articles

ସବୁ ସହଜ ଜନସେବା କେନ୍ଦ୍ରରେ ହୋଇ ପାରିବ ‘ସୁଭଦ୍ରା’ ଯୋଜନାର ଅନଲାଇନ ଆବେଦନ : ବ୍ୟସ୍ତ ବିବ୍ରତ ନହେବାକୁ ବ୍ଲକ ପ୍ରଶାସନର ନିବେଦନ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ରାଜ୍ୟ ସରକାର ଆରମ୍ଭ କରିଥିବା' ସୁଭଦ୍ରା' ଯୋଜନାକୁ ତ୍ବରାନ୍ବିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲା...

ସୁଭଦ୍ରା ଯୋଜନାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ, ସାମିଲ ହେବା ଏକ ନିରନ୍ତର ପ୍ରକ୍ରିୟା, ଆବେଦନ ସମୟ ସୀମାର କୌଣସି ଅବଧି ନାହିଁ : ସୁବର୍ଣ୍ଣପୁର ଜିଲ୍ଲପାଳ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ମହିଳାଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ 'ସୁଭଦ୍ରା’ ଯୋଜନା ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ...

ପୁରୁଷୋତ୍ତମପୁର ବସଷ୍ଟାଣ୍ଡ ଠାରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତି ଦ୍ୱାରା ଏକ ଡିଲର ଦୋକାନର ଉଦଘାଟନ ଅନୁଷ୍ଠିତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୁଷୋତ୍ତମପୁର, (୦୬/୦୯) : ପୁରୁଷୋତ୍ତମପୁର ଏନଏସି ସ୍ଥିତ ବସଷ୍ଟାଣ୍ଡ ନିକଟରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ...

ଆଜି ଗୁରୁ ଦିବସ, ଗୁରୁ ହେଉଛନ୍ତି ଜୀବନର ପ୍ରଥମ ପଥ ପ୍ରଦର୍ଶକ

ରିପୋର୍ଟ : ଜଗଦୀଶ ଦାଶ ରାଇକିଆ, (୦୬/୦୯) : ଆଜି ପବିତ୍ର ଗୁରୁ ଦିବସ । କୁହାଯାଏ, ଗୁରୁ ବିନା ଜୀବନ ଅନ୍ଧକାର ବୋଲି...