Monday, September 9, 2024

ଗୁଣପୁର ବ୍ଲକ ଶିରିଝୋଳି ପଞ୍ଚାୟତ ଠାରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

Date:

Share post:

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୧୪/୮) : ଆଜି ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ ଅନ୍ତର୍ଗତ ଶିରିଝୋଳି ପଞ୍ଚାୟତ ଠାରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭ୍ରାଞ୍ଜଳୀ ପ୍ରଧାନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଗୁଣପୁର ତହସିଲଦାର, ସ୍ଥାନୀୟ ସରପଞ୍ଚ, କୃଷି ବିଭାଗ ଅଧିକାରୀ , ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ , ଉଦ୍ୟାନ ଵିଭାଗ ଅଧିକାରୀ, ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ଆଜି ମୋଟ ୨୭ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୨୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । ବିଶେଷ କରି ବାର୍ଦ୍ଧକ୍ୟ ଭତ୍ତା, ବିକଳାଙ୍ଗ ଭତ୍ତା, ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ପାଇଁ ଅଭିଯୋଗ ହୋଇଥିଲା । ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ କହିଥିଲେ ।

spot_img

Related articles

ସବୁ ସହଜ ଜନସେବା କେନ୍ଦ୍ରରେ ହୋଇ ପାରିବ ‘ସୁଭଦ୍ରା’ ଯୋଜନାର ଅନଲାଇନ ଆବେଦନ : ବ୍ୟସ୍ତ ବିବ୍ରତ ନହେବାକୁ ବ୍ଲକ ପ୍ରଶାସନର ନିବେଦନ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ରାଜ୍ୟ ସରକାର ଆରମ୍ଭ କରିଥିବା' ସୁଭଦ୍ରା' ଯୋଜନାକୁ ତ୍ବରାନ୍ବିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲା...

ସୁଭଦ୍ରା ଯୋଜନାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ, ସାମିଲ ହେବା ଏକ ନିରନ୍ତର ପ୍ରକ୍ରିୟା, ଆବେଦନ ସମୟ ସୀମାର କୌଣସି ଅବଧି ନାହିଁ : ସୁବର୍ଣ୍ଣପୁର ଜିଲ୍ଲପାଳ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ମହିଳାଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ 'ସୁଭଦ୍ରା’ ଯୋଜନା ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ...

ପୁରୁଷୋତ୍ତମପୁର ବସଷ୍ଟାଣ୍ଡ ଠାରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତି ଦ୍ୱାରା ଏକ ଡିଲର ଦୋକାନର ଉଦଘାଟନ ଅନୁଷ୍ଠିତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୁଷୋତ୍ତମପୁର, (୦୬/୦୯) : ପୁରୁଷୋତ୍ତମପୁର ଏନଏସି ସ୍ଥିତ ବସଷ୍ଟାଣ୍ଡ ନିକଟରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ...

ଆଜି ଗୁରୁ ଦିବସ, ଗୁରୁ ହେଉଛନ୍ତି ଜୀବନର ପ୍ରଥମ ପଥ ପ୍ରଦର୍ଶକ

ରିପୋର୍ଟ : ଜଗଦୀଶ ଦାଶ ରାଇକିଆ, (୦୬/୦୯) : ଆଜି ପବିତ୍ର ଗୁରୁ ଦିବସ । କୁହାଯାଏ, ଗୁରୁ ବିନା ଜୀବନ ଅନ୍ଧକାର ବୋଲି...