Monday, September 9, 2024

ହଷ୍ଟେଲ ଛାତରୁ ଡେଇଁପଡ଼ିଲେ IIT ଛାତ୍ରୀ !

Date:

Share post:

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୪/୦୯) : ଭୁବନେଶ୍ୱର IIT କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ରୀ ଜଣଙ୍କ ଘର ଦିଲ୍ଲୀରେ ବୋଲି ଜଣାଯାଇଛି ।

ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ଛାତ୍ରୀ ଜଣଙ୍କ ହଷ୍ଟେଲ ଛାତ୍ରରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ରହିଛି । ଗତକାଲି ରାତି ପ୍ରାୟ ୧୧ଟା ସମୟରେ IIT କ୍ୟାମ୍ପସ ଭିତରେ ଥିବା ହଷ୍ଟେଲ ନିକଟରେ ଜୋରରେ ଶବ୍ଦ ହୋଇଥିଲା । ସିକ୍ୟୁରିଟି ଗାର୍ଡ ସହ ଅନ୍ୟ ଅଧିକାରୀ ଦେଖିଲା ବେଳକୁ ଛାତ୍ରୀ ଜଣଙ୍କ ତଳେ ପଡ଼ିଥିଲେ । ପରେ ତାଙ୍କୁ ତୁରନ୍ତ ଉଦ୍ଧାର କରି କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ । ଛାତ୍ରୀ ଜଣଙ୍କ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ରହିଛି ।

ତେବେ ଛାତ୍ରୀ ଜଣଙ୍କ କାହିଁକି ଆତ୍ମହତ୍ୟା କଲେ, ଏହା ପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ି ନାହିଁ। ଘଟଣା ବିଷୟରେ ପୁଲିସ ପରିବାର ଲୋକଙ୍କୁ ଖବର ଦେଇଛି । ଛାତ୍ରୀଙ୍କ ପରିବାର ଲୋକେ ଦିଲ୍ଲୀରୁ ଆସୁଥିବା ଜଣାଯାଇଛି। ଅନ୍ୟ ପକ୍ଷରେ ପୁଲିସ ପଚରାଉଚରା ଜାରି ରଖିଛି ।

Leave a Reply

spot_img

Related articles

ସବୁ ସହଜ ଜନସେବା କେନ୍ଦ୍ରରେ ହୋଇ ପାରିବ ‘ସୁଭଦ୍ରା’ ଯୋଜନାର ଅନଲାଇନ ଆବେଦନ : ବ୍ୟସ୍ତ ବିବ୍ରତ ନହେବାକୁ ବ୍ଲକ ପ୍ରଶାସନର ନିବେଦନ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ରାଜ୍ୟ ସରକାର ଆରମ୍ଭ କରିଥିବା' ସୁଭଦ୍ରା' ଯୋଜନାକୁ ତ୍ବରାନ୍ବିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲା...

ସୁଭଦ୍ରା ଯୋଜନାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ, ସାମିଲ ହେବା ଏକ ନିରନ୍ତର ପ୍ରକ୍ରିୟା, ଆବେଦନ ସମୟ ସୀମାର କୌଣସି ଅବଧି ନାହିଁ : ସୁବର୍ଣ୍ଣପୁର ଜିଲ୍ଲପାଳ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ମହିଳାଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ 'ସୁଭଦ୍ରା’ ଯୋଜନା ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ...

ପୁରୁଷୋତ୍ତମପୁର ବସଷ୍ଟାଣ୍ଡ ଠାରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତି ଦ୍ୱାରା ଏକ ଡିଲର ଦୋକାନର ଉଦଘାଟନ ଅନୁଷ୍ଠିତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୁଷୋତ୍ତମପୁର, (୦୬/୦୯) : ପୁରୁଷୋତ୍ତମପୁର ଏନଏସି ସ୍ଥିତ ବସଷ୍ଟାଣ୍ଡ ନିକଟରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ...

ଆଜି ଗୁରୁ ଦିବସ, ଗୁରୁ ହେଉଛନ୍ତି ଜୀବନର ପ୍ରଥମ ପଥ ପ୍ରଦର୍ଶକ

ରିପୋର୍ଟ : ଜଗଦୀଶ ଦାଶ ରାଇକିଆ, (୦୬/୦୯) : ଆଜି ପବିତ୍ର ଗୁରୁ ଦିବସ । କୁହାଯାଏ, ଗୁରୁ ବିନା ଜୀବନ ଅନ୍ଧକାର ବୋଲି...