Friday, March 29, 2024

Top 5 This Week

Related Posts

ଶନିବାର ଦକ୍ଷିଣ ଓଡ଼ିଶା ରେ ଘଡଘଡି ସହ ବର୍ଷା ସମ୍ଭାବନା : ଦିନକ ପରେ ଲଘୁଚାପ

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୦୯/୧୦) : ଶନିବାର ଦକ୍ଷିଣ ଓଡ଼ିଶା ର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗବିତ୍‌ ଏଭଳି ପୂର୍ବାନୁମାନ କରିଛନ୍ତି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ ଶନିବାର ଦକ୍ଷିଣ ଓଡ଼ିଶା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲା ଗୁଡିକରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି ।

ଅପରପକ୍ଷେ, ଗୋଟିଏ ଦିନ ପରେ ଉତ୍ତର ଆଣ୍ଡାମାନ ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହା ଘନୀଭୂତ ହେବାର ସମ୍ଭାବନା ରହିଛି । ୪ ରୁ ୫ ଦିନ ମଧ୍ୟରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ଆକଳନ କରିଛନ୍ତି ।

Popular Articles