ଆସନ୍ତା ୧୧ ତାରିଖରୁ ନାଇଟ୍ କର୍ଫ୍ୟୁ : କଡା କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ କମିଶନର

0
167

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୧୦/୧୦) : ସାରା ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ଭୁବନେଶ୍ୱର, କଟକରେ ସଂକ୍ରମଣ କମୁନାହିଁ । ଏପଟେ ପୂଜା ପର୍ବ ଆସୁଥିବାରୁ ସଂକ୍ରମଣ ବଢିବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୧ ତାରିଖରୁ ଦ୍ୱୈତନଗରୀରେ ଲାଗୁ ହେବ ନାଇଟ କର୍ଫ୍ୟୁଅପରେସନ ହ୍ୱାଇଟ ସ୍ପାଇଡ଼ର

ଆସନ୍ତା ୧୧ ତାରିଖରୁ ଏହି କଟକଣା ରାତି ୮ଟାରୁ ସକାଳୁ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ପାର୍ବଣ ବେଳେ ପୁଲିସ୍ ନଜରରେ ରହିବେ ଅପରାଧୀ । ଯେଉଁମାନେ ନିୟମ ଉଲଙ୍ଘନ କରିବେ ସେମାନଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

କମିଶନର କହିଛନ୍ତି, କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ । ନିୟମ ଖିଲାପ କଲେ ଅମାନିଆ ଭୋଗିବେ ଦଣ୍ଡ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । କିଏ ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି କମିଶରନ ।

କମିଶନର ଆହୁରୀ କହିଛନ୍ତି, ପାର୍ବଣ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ କମିଶନରେଟ ପୁଲିସ୍ର ସ୍କାନରରେ ରହିବେ ଅପରାଧୀ । ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି ।