ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

0
18
ଆସନ୍ତାକାଲି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୦୪/୦୨) : ଆସନ୍ତାକାଲି ବୁଧବାର ମାଘ ମାସ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

 

Leave a Reply