ପୂର୍ବତନ ବିଧାୟକ ନବୀନ ନନ୍ଦ ଙ୍କ କଂଗ୍ରେସରୁ ଇସ୍ତଫା ପ୍ରଦାନ

0
142

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୧୫/୧୦) : ଢେଙ୍କାନାଳର ପୂର୍ବତନ ବିଧାୟକ ନବୀନ ନନ୍ଦ କଂଗ୍ରେସରୁ ଇସ୍ତଫା ନେଇଛନ୍ତି l ଏହା ସୋଶାଲ୍ ମିଡିଆ ମାଧ୍ୟମରେ ଏହି ସୂଚନା ମିଳିଛି l

ସେ ଲେଖିଛନ୍ତି ଯେ ସେ ତାଙ୍କ ନିଜ ଇଚ୍ଛାରେ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ପ୍ରଦେଶ କଂଗ୍ରେସ ସଭାପତିଙ୍କ ନିକଟକୁ ମେଲ୍ ଯୋଗେ ପଠାଇ ଦେଇଛନ୍ତି । ପୂର୍ବତନ ବିଧାୟକ ନବୀନ ନନ୍ଦ ପରବର୍ତ୍ତୀ ସମୟରେ ବିଜେଡିରେ ସାମିଲ ହୋଇଥିଲେ । ତେବେ କୋଲକାତାରେ ଏକ ସ୍ପାରୁ ଗିରଫ ହେବା ପରେ ୨୦୧୮ରେ ବିଜେଡିରୁ ତାଙ୍କୁ ନିଲମ୍ବନ କରାଯାଇଥିଲା । ୨୦୧୯ ନିର୍ବାଚନ ପୂର୍ବରୁ ସେ ବିଜେପିରେ ସାମିଲ ହେବାକୁ ଇଚ୍ଛୁକ ଥିଲେ ।

କିନ୍ତୁ ବିଜେପି ତାଙ୍କୁ ଢେଙ୍କାନାଳ ଆସନରୁ ପ୍ରାର୍ଥୀ କରିପାରିବନି ବୋଲି କହିଥିଲା । ଏହା ପରେ ସେ କଂଗ୍ରେସରେ ସାମିଲ ହୋଇଥିଲେ ଓ ପ୍ରାର୍ଥୀ ହୋଇଥିଲେ । ତେବେ ସେ ଏହି ନିର୍ବାଚନରେ ହାରି ଯାଇଥିଲେ ।