Thursday, March 28, 2024

Top 5 This Week

Related Posts

ବାଇକ୍ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ପାଞ୍ଚ ଜଣ ଯବାନ ଆହାତ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା,(୧୯/୧୦) : ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ନେଇ ଯାଉଥିବା ପାଇଲଟିଂ ଗାଡ଼ି ବାଇକ୍ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗଜପତି ଜିଲ୍ଲା ଅଡ଼ବା ଥାନା ବିରିକୋଟ ନିକଟ ହୁଲିଆପଦା ନିକଟରେ ଘଟିଛି ଦୁର୍ଘଟଣା ।

ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଭୁବନେଶ୍ୱରରୁ ରାୟଗଡ଼ା ଅଭିମୁଖେ ଯାଉଥିଲେ । ତପ୍ତପାଣି ଠାରୁ ଗଜପତି ପୋଲିସ୍ ନେଇ ରାୟଗଡ଼ା ଜିଲ୍ଲା ସୀମା ଯାଏଁ ଛାଡ଼ିବାକୁ ଯାଉଥିଲା । ହୁଲିଆପଦା ନିକଟରେ ଜଣେ ବାଇକ୍ ଆରୋହୀ ଫୋନରେ କଥା‌ ହୋଇ ପାଇଲଟିଂ ଗାଡ଼ି ସମ୍ମୁଖକୁ ଚାଲି ଆସିଥିଲେ । ବାଇକ୍ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ପାଇଲଟିଂ ଗାଡ଼ିଟି ଓଲଟି ପଡ଼ିଛି ।

ଗାଡ଼ିର ଡ୍ରାଇଭର ପି.ଏସ. ରାଓଙ୍କ ସମେତ ଏସ୍ଆଇ ଏଲ.ବିଶ୍ୱନାଥ, କନେଷ୍ଟବଳ ଜିତୁ ପଟ୍ଟନାୟକ, କମଳା ଦେବୀ ଏବଂ ମଞ୍ଜୁଳା ଭୂୟାଁ ଗୁରୁତର ଆହାତ ହୋଇଛନ୍ତି । ଖବର ପାଇ ଅଡ଼ବା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ବିରିକୋଟ ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରିଛି ।

Popular Articles