Friday, March 29, 2024

Top 5 This Week

Related Posts

ଡେଲଟା ଭାରିଏଣ୍ଟ କୁ ନେଇ ଆତଙ୍କିତ ହେବାର କିଛି କାରଣ ନାହିଁ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର

ରିପୋର୍ଟ : ସୁଭାସିସ ନାୟକ //
ଭୁବନେଶ୍ବର,(୦୫/୧୧) : ଡେଲଟା ଭାରିଏଣ୍ଟ ୟୁରୋପ ଏବଂ ଚୀନରେ ଯେଉଁ ଲହର ହେଉଛି । ଏ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ୟୁରୋପୀୟ ଦେଶରେ ବଢୁଛି ସଂକ୍ରମଣ କିନ୍ତୁ ଆମେ ଆତଙ୍କିତ ହେବାର କୌଣସି କାରଣ ନାହିଁ ।

କାହିଁକି ନା ଦ୍ବିତୀୟ ଲହରରେ ଡେଲଟା ଭାରିଏଣ୍ଟ କୁ ଆମେ ସାମ୍ନା କରି ସାରିଛେ । ଏହା ବାଦ ଆମର ଇମିନ୍ୟୁଟି ମଧ୍ୟ ଅଧିକ ରହିଛି । ତେଣୁ ଆତଙ୍କିତ ହେବାର କୌଣସି କାରଣ ନାହିଁ । ତିନି ମାସ ତଳେ ରୋଗ ପ୍ରତିରୋଧକ କ୍ଷମତା ୭୫ ପ୍ରତିଶତ ଥିଲା । ହେଲେ ଏବେ ବି ଟିକାକରଣ ଚାଲିଛି । ତେଣୁ ରୋଗ ପ୍ରତିରୋଧକ କ୍ଷମତା ବଢୁଛି । ତେବେ ଭାରତ ପାଇଁ ତୃତୀୟ ଲହର ଆଶଙ୍କା ଏବେ ବି କମିନି । ଆମକୁ ଏବେ ବି ସତର୍କତା ଅବଲମ୍ବନ କରିବା କୁ ହେବ ।

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

Popular Articles