ଝାରସୁଗୁଡ଼ା ଜିଲ୍ଲା କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ

0
201

ରିପୋର୍ଟ : ପ୍ରଶାନ୍ତ ମାଝୀ
ଝାରସୁଗୁଡ଼ା,(୧୬/୧୧) : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ଝାରସୁଗୁଡ଼ା ଜିଲ୍ଲା । ଆଜି ବଢ଼େଇମୁଣ୍ଡା ସ୍ଥିତ ଇଂଜିନିୟରିଂ ସ୍କୁଲ ଠାରେ ସ୍ଵାସ୍ଥ୍ୟ କାର୍ଡ କରାଗଲା ବଣ୍ଟନ କରାଯାଇଛି ।WhatsApp Image 2021 11 16 at 9.47.02 AM 1 ଝାରସୁଗୁଡ଼ା ଜିଲ୍ଲା କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ

ଏହି ଯୋଜନାରେ ଝାରସୁଗୁଡ଼ା ଜିଲ୍ଲା ର ୧ ଲକ୍ଷ ୧୫ ହଜାର ପାଇବେ ସ୍ମାର୍ଟ କାର୍ଡର ସୁବିଧା ପାଇବେ । ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ ୨୦୦୦ ବିସ୍ଥାପିତ ଙ୍କୁ ଘରଡିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧.୨୨ ଲକ୍ଷ ପରିବାରକୁ ପାଇପ ପାଣିର ସୁବିଧା ଝାରସୁଗୁଡା ୩୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡ଼ା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ବାରା ଝାରସୁଗୁଡାର ୨୦୦୦ ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏହା ଦ୍ୱାରା ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ ।

ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି warer treatment plant ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ ।WhatsApp Image 2021 11 16 at 9.47.01 AM ଝାରସୁଗୁଡ଼ା ଜିଲ୍ଲା କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ

ଝାରସୁଗୁଡ଼ା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାର କୁ ପାଇପ ପାଣି ଯୋଗାଇ ଦିଆଯିବ ।

ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପାର୍ବତୀଗିରି ମେଗା ଲିଫ୍‌ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହା ସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳ କୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହା ଦ୍ୱାରା ଲୋକମାନେ ଉନ୍ନତମାନ ର ଚିକିତ୍ସା ମିଳିପାରିବ ବୋଲି ସେ କହିଥିଲେ । ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ ।