32.9 C
Balāngīr
Thursday, June 12, 2025

ABDO ଅସିତ ପାତ୍ରଙ୍କ କାର୍ଯ୍ୟାଳୟ ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି

Must read

ଯାଜପୁର, (୧୫/୦୫) : ଆପ୍ର. : ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।

ଉକ୍ତ ଅଧିକାରୀ ଜଣକ ଅସିତ କୁମାର ପାତ୍ର । ଏକକାଳୀନ ଯାଜପୁର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ ଜାରି କରିଛନ୍ତି । ଆୟଠାରୁ ଅଧିକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାନ୍ୟବର ସ୍ୱତନ୍ତ୍ର ବିଚାରପତିଙ୍କ ନିର୍ଦ୍ଦେଶରେ ଏହି ଚଢାଉ କରାଯାଇଛି । କଟକ ଭିଜିଲାନ୍ସର ନେତୃତ୍ୱରେ ଚଢ଼ାଉରେ ଆଠ ଜଣ DSP, ୯ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି ।

ଉକ୍ତ ସରକାରୀ ବାବୁଙ୍କର ଯାଜପୁର ରୋଡ୍‌ କହ୍ନେଇପୁର ସ୍ଥିତ ୪ ମହଲା ଘର, କଟକ ଚାଉଳିଆଗଞ୍ଜର ମେଟ୍ରୋ ଆଭେନ୍ୟୁ ଆପାର୍ଟମେଣ୍ଟ, ଯାଜପୁର ଗରଡେଶ୍ୱର ସ୍ଥିତ ତାଙ୍କ ପୈତୃକ ଘର, ଭଦ୍ରକର ସନାବନସ୍ତ ତାଙ୍କ ସମ୍ପର୍କୀୟଙ୍କ ଘର, ଯାଜପୁର ଧର୍ମଶାଳାରେ ସରକାରୀ ବାସଭବନ ସମେତ ତାଙ୍କ କାର୍ଯ୍ୟାଳୟ ଓ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଥିବା ଘରେ ତନାଘନା ଯାଞ୍ଚ କରାଯାଉଛି । ଖବର ଲେଖା ହେଲାବେଳକୁ କେତେ ସମ୍ପତ୍ତି ଜବତ ହୋଇଛି ତାହାର କୌଣସି ସୂଚନା ମିଳିନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...