32.9 C
Balāngīr
Tuesday, July 15, 2025

SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ, ନବଜାତ କନ୍ୟାକୁ ବଦଳ କରି ମୃତ ଶିଶୁ ଧରାଇ ଦେଲେ କର୍ମଚାରୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୨୧/୦୨) : କଟକ SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ଏସ୍ଏନସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି ।

ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁ ଧରାଇ ଦେଇଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ । ଏହି ଘଟଣାରେ ପ୍ରସୂତିଙ୍କ ପରିବାର ଲୋକେ ଏସ୍ ସିବି ଅଧ୍ୟକ୍ଷଙ୍କୁ ଲିିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ମେଡିକାଲ କଲେଜ ଅଧ୍ୟକ୍ଷ ପ୍ରଫେସର ଡାକ୍ତର ଲୁସି ଦାସ ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗ ଏବଂ ଶିଶୁ ରୋଗ ବିଭାଗ ମୁଖ୍ୟଙ୍କୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଭିଯୋଗ ଅନୁସାରେ ପୁରୀ ଜିଲ୍ଲା କୁମ୍ଭାରପଡ଼ା ଥାନା ତଳଚୁଆ ସାହିର ଚନ୍ଦ୍ରମା ବେହେରା ଗତ ୧୧ ତାରିଖରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ ।

ଜନ୍ମ ପରେ ଅସୁସ୍ଥ ନବଜାତ ଶିଶୁକୁ ଏସ୍ଏନ୍ ସିୟୁକୁ ନିଅଯାଇଥିଲା । ମାତ୍ର ୨୪ ଘଣ୍ଟା ପରେ ଶିଶୁଟିର ମୃତ୍ୟୁ ହୋଇଥିବା କର୍ମଚାରୀ କହିଥିବା ଅଭିଯୋଗ ହୋଇଛି । ଏପରିକି ପିଲାଟି ଆମର ନୁହେଁ ବୋଲି କହିବାରୁ ପୋଲିସର ଧମକ ଦେଇଥିଲେ । ସେପଟେ ଏସ୍ ସିବି ଅଧ୍ୟକ୍ଷ କ୍ୟାମେରା ସମ୍ମୁଖରେ କିଛି ପ୍ରତିକ୍ରିୟା ଦେଇନଥିଲେ ମଧ୍ୟ ଅଭିଯୋଗକୁ ଭିତ୍ତିହୀନ ବୋଲି କହିଛନ୍ତି । ତଥାପି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ଅଧ୍ୟକ୍ଷ ପ୍ରଫେସର ଦାସ କହିଛନ୍ତି ।

 

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...